ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ
- ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ସୁବର୍ଣ୍ଣପୁର ଜିଲ୍ଲାରୁ ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ :
- ସବୁଜ ପତାକା ପ୍ରଦର୍ଶନ ପୂର୍ବକ ସ୍ୱତନ୍ତ୍ର ବସ କୁ ଶୁଭାରମ୍ଭ କଲେ ଜିଲ୍ଲାପାଳ :
ସୁବର୍ଣ୍ଣପୁର, ତା ୧୫/0୩/୨୩ :
ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ବସ କୁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି l ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସମେତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସଫଳ ତୀର୍ଥ ଭ୍ରମଣ ନିମନ୍ତେ ଶୁଭ କାମନା କରି ଉତ୍ସାହିତ କରିଥିଲେ l
- ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ବରିଷ୍ଠ ରାଜସ୍ବ ସହାୟକ ସହଦେଵ ମେହେର ଓ ବିଶ୍ୱ ପ୍ରତାପ ସେଠ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀ ଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟା ରେ ସମ୍ବଲପୁର ରେ ପହଂଚିବ l ଆସନ୍ତା କାଲି ସକାଳ ୧0 ଘଂ ରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ଆମ ଜିଲ୍ଲାର ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ ଙ୍କ ସହ ରାଜ୍ୟ ର ବିଭିନ୍ନ ଅନ୍ୟ ୯ ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଙ୍କୁ ନେଇ ମହାରାଷ୍ଟ୍ର ଅନ୍ତର୍ଗତ ନାସିକ ଓ ସିରିଡ଼ି ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l ସୁବର୍ଣ୍ଣପୁରରୁ ମନୋରଂଜନ ପାଣିଗ୍ରାହୀଙ୍କ ରିପୋର୍ଟ କୋଶଳ ଟିଭି